ଓଡ଼ିଶା

ରାଜ୍ୟ ସରକାରଙ୍କୁ ବାଗଚି ଦମ୍ପତ୍ତିଙ୍କ ୭.୫୦ କୋଟି ଟଙ୍କା ଦାନ

‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି ।

ଭୁବନେଶ୍ୱର : ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି । କୋଭିଡ-୧୯ ଦ୍ୱାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟ ବୃଦ୍ଧାଙ୍କ ପାଇଁ ଏହି ସହାୟତା ବିନିଯୋଗ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ବାଗଚି ଦମ୍ପତ୍ତିଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି। ଭିଡିଓ କନଫରେନ୍ସି ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ଏହି ପରିମାଣର ଚେକ୍‌ ଗ୍ରହଣ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଧନ୍ୟବାଦ ପତ୍ର ସେମାନଙ୍କୁ ପ୍ରଦାନ କରିଥିଲେ । ପୁରୀ ମନ୍ଦିରରେ ନିକଟରେ ଦୋକାନ କରିଥିବା ଛୋଟ ଛୋଟ ଦୋକାନୀଙ୍କୁ ସହାୟତା କରିଥିବାରୁ ନିଜକୁ ଧନ୍ୟ ମନେ କରୁଛି।

Show More

Related Articles

Back to top button