ଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ, ତିନି ଦିନ ବର୍ଷା

୧୯ ଯାଏଁ ପ୍ରବଳ ବର୍ଷା

ରାଜ୍ୟରେ ଆଉ ତିନି ଦିନ ବର୍ଷା ଲାଗି ରହିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ଧରି କାଁ ଭାଁ ବର୍ଷା ହେଉଛି । ଆଗକୁ ଆହୁରି ୩ ଦିନ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ସହ ବର୍ଷା ହୋଇପାରେ ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତିରେ କାଁ ଭାଁ ବର୍ଷା ହେବ । ୧୮ରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡିଶା ଓ ଅନ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ । ୧୯ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button