ଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ ବଳୟ

ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ହାଲୁକା ବର୍ଷା ହୋଇପାରେ। ଶ୍ରୀଲଙ୍କାର ଉତ୍ତର ପାଶ୍ୱର୍ରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମରେ ହାଲୁକା ବର୍ଷା ହେବ । ଆସନ୍ତା ୫ ତାରିଖ ଯାଏ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ଲାଗିବ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେପଟେ ଆସନ୍ତା ୩ରୁ ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରବାହରେ ସେଭଳି କିଛି ପରିବର୍ତ୍ତନ ହେବାର ନାହିଁ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ରାଜ୍ୟରେ ସୋମବାର ଦିନ ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୧୬ଡିଗ୍ରୀ ସେଲସିୟସ୍‌ ଥିଲା । ଫୁଲବାଣୀରେ ୧୮ଡିଗ୍ରୀ, କୋରାପୁଟରେ ୧୯, ଟିଟିଲାଗଡ଼ରେ ୧୯, ସୁନ୍ଦରଗଡରେ ୧୯.୫, କେନ୍ଦୁଝରରେ ୧୯.୬, ଝାରସୁଗୁଡ଼ାରେ ୧୯.୬, ଚାନ୍ଦବାଲିରେ ସର୍ବନିମ୍ନ ତାପମାତ୍ରା ୨୦.୫ ଡିଗ୍ରୀ ରେକର୍ଡ ହୋଇଥିଲା ।

Show More

Related Articles

Back to top button