Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ ସଂକ୍ରମଣ ବଢିଲେ ତୁରନ୍ତ ଯେମିତି କାର୍ଯ୍ୟକ୍ଷମ ହୋଇପାରିବ ସେଥିପାଇଁ ପ୍ରସ୍ତୁତ ରହିବାକୁ ଡିଏମ୍‌ଇଟି ପ୍ରଫେସର ଡା.ରମାରମଣ ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି ।

ଡିଏମଇଟି ପ୍ରଫେସର ଡା.ରମାରମଣ ମହାନ୍ତି କହିଛନ୍ତି ଯେ, ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି । ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ଯୋଗୁଁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସୀମାନ୍ତ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କହିଛନ୍ତି । ତୃତୀୟ ଲହରକୁ ନେଇ ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ-୧୯ ସଂକ୍ରମଣ ବଢ଼ିଲେ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ପ୍ରସ୍ତୁତ । ହସ୍ପିଟାଲରେ ଅକ୍ସିଜେନ, ମେଡିସିନ ମହଜୁଦ ରଖିବାକୁ କୁହାଯାଇଛି ।

ସୂଚନାଯୋଗ୍ୟ, ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ୧୦୦ ପାର କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ କହିଛନ୍ତି ଯେ ୧୧ ଟି ରାଜ୍ୟରେ ୧୦୧ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀ, ମୁମ୍ବାଇ ସମେତ ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ତାମିଲନାଡୁ, ଗୁଜୁରାଟ, ରାଜସ୍ଥାନ ସମେତ ମୋଟ ୧୧ଟି ରାଜ୍ୟରେ ଓମିକ୍ରନ ପଶି ସାରିଛି । ଗତ ୨୦ ଦିନ ଧରି କୋଭିଡ ସଂକ୍ରମଣର ଦୈନିକ ୧୦,୦୦୦ ରୁ କମ୍, କିନ୍ତୁ ଓମିକ୍ରନ୍ ଫର୍ମାଟ୍ ଏବଂ ଅନ୍ୟାନ୍ୟ ଦେଶରେ ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ସତର୍କ ରହିବା ଆବଶ୍ୟକ ।

Show More

Related Articles

Back to top button