Breaking PLUSଓଡ଼ିଶାମୁଖ୍ୟ ଖବର

ରାଜଧାନୀରେ କରୋନା ସ୍ଥିତି ଅଣାୟତ, ଆଜି ପୁଣି ୩୪୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୪୨ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୪୨ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୯୩୩ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯୮ ଜଣ ରହିଥିବା ବେଳେ ୨୪୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୮୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୯୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି ।

Show More

Related Articles

Back to top button