Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧିନ, ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର, ୨୮/୧୨ : ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ସମସ୍ତ ତଥ୍ୟ ନେଇଛନ୍ତି। ସ୍ଥିତି ନିୟନ୍ତ୍ରଣାଧୀନ ଥିଲେ ମଧ୍ୟ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତଥାପି ଲୋକମାନେ ମାସ୍କ ବ୍ୟବହାର କରିବାକୁ ସ୍ୱାସ୍ଥ୍ୟ ବିଭାଗ ନିବେଦନ କରୁଛି।

ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ପୁଣି କହିଛନ୍ତି ଯେ, ଏହା ଓମିକ୍ରନର ସବ୍ ଭାରିଆଣ୍ଟ। ତୃତୀୟ ଲହର ବହୁତ କମ୍ ଦିନ ଥିଲା ଏବଂ ହସ୍ପିଟାଳାଇଜନ ରେଟ୍ ମଧ୍ୟ କମ୍ ଥିଲା। ନଭେମ୍ବର ମାସ ପରଠାରୁ ରାଜ୍ୟରେ ସଂକ୍ରମଣ ୧୨ ତଳେ ରହିଛି ।

Show More

Related Articles

Back to top button