Breaking PLUSଦେଶମୁଖ୍ୟ ଖବର

ବିଜୟନଗରମ୍‌ର ଆଲାମଣ୍ଡା ଷ୍ଟେସନ ନିକଟରେ ଟ୍ରେନ୍‌ ଦୁର୍ଘଟଣା: ୩ ମୃତ ଓ ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ଆଜି ସନ୍ଧ୍ୟାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏହି ଟ୍ରେନ୍‌ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇସାରିଥିବା ବେଳେ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ପୂର୍ବତଟ ରେଳପଥ ପକ୍ଷରୁ‌ ହେଲ୍‌ପଲାଇନ୍‌ ନମ୍ବର ଜାରି କରାଯାଇଛି।
ସୂଚନା ଅନୁସାରେ ବିଶାଖା-ରାୟାଗଡା-୦୮୫୦୪ ଯାତ୍ରୀବାହୀ ଟ୍ରେନ୍ ପଛ ପଟେ ପାଲାସା-ବିଶାଖା-୦୮୫୩୨ ଯାତ୍ରୀବାହୀ ଟ୍ରେନ ଧକ୍କା ଦେଇଥିଲା। ତିନୋଟି ବଗି ଯାହାକି ଭାଙ୍ଗି ଚୁର ମାର ହୋଇଯାଇଛି। ଯାତ୍ରୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ସେମାନଙ୍କ ଜୀବନକୁ ଭୟ କରି ଏଣେ ତେଣେ ଦୌଡ଼ି ଚାଲିଯାଇଥିଲେ। ଏହି ଦୁର୍ଘଟଣାରେ ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ରାତିର ଅନ୍ଧାରରେ ଓଡ୍ରାଫ, ସ୍ଥାନୀୟ ଜନସାଧାରଣ, ଏନଡିଆରଏଫ କର୍ମଚାରୀ ଯାତ୍ରୀ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ଡିଆରଏମ ସୌରଭ ତ୍ରିପାଠୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଦୁର୍ଘଟଣା ରିଲିଫ ଟ୍ରେନ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି। ଉଦ୍ଧାର କାର୍ଯ୍ୟ ଚାଲିଥିବା ରେଳ ବିଭାଗ କହିଛି।
ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନମୋହନ ରେଡ୍ଡୀ ବିଜୟନଗରମ୍‌ ଟ୍ରେନ୍‌ ଦୁର୍ଘଟଣା ନେଇ ଅବଗତ ହୋଇଛନ୍ତି। ଦୁର୍ଘଟଣାରେ ପୀଡିତ ଲୋକଙ୍କ ସହାୟତା ପାଇଁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଉପଯୁକ୍ତ ସ୍ବାସ୍ଥ୍ୟ ଦେବାକୁ କହିଛନ୍ତି।

Show More

Related Articles

Back to top button