Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦୁଝରରେ ଶୁଭାରମ୍ଭ ହେବ ବିଜୁ ସ୍ମାର୍ଟ ହେଲଥ କାର୍ଡ

ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମ ଭର୍ଚ୍ଚୁଆଲ ମୋଡରେ ହେବ । ଏନେଇ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟ ସରକାରଙ୍କ ଦ୍ୱାରା ଏହି ସ୍ମାର୍ଟ କାର୍ଡ ଲୋକଙ୍କୁ ସ୍ୱାସ୍ଥ୍ୟ କ୍ଷେତ୍ରରେ ସ୍ମାର୍ଟ ସହାୟତା ପ୍ରଦାନ କରିବ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ଦେବ ଏହି ସ୍ମାର୍ଟ ହେଲଥ କାର୍ଡ । ଏହା ପୂର୍ବରୁ ଝାରସୁଗୁଡା, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ, ମାଲକାନଗିରି, କଳାହାଣ୍ଡି, ନୂଆପଡା, ଦେବଗଡ ଓ ବରଗଡ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ ସରିଛି । ମାଲକାନଗିରିରୁ ପ୍ରଥମେ ଆରମ୍ଭ ହୋଇଥିଲା ସ୍ୱାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ।

ରାଜ୍ୟରେ ସାଢେ ୩ କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରାଜ୍ୟବାସୀଙ୍କୁ ସମୂର୍ଣ୍ଣ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ହେଉଛି ଏହାର ଲକ୍ଷ୍ୟ ।

Show More

Related Articles

Back to top button