Breaking PLUSଓଡ଼ିଶା

‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ

ରାଉରକେଲାରେ ବଣ୍ଟନ ହେଲା ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ସ୍ମାର୍ଟ କାର୍ଡ । ଅବିଶ୍ରାନ୍ତ ବର୍ଷା ସତ୍ତ୍ବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାରେ ପହଞ୍ଚି ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀଙ୍କୁ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏଥିସହ ୫୮୦.୮୨ କୋଟି ବ୍ୟୟ ଅଟକଳର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ,ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥ ପାଲୀ ବିଧାୟକ ସୁବ୍ରତ ତରାଇ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତ୍ୟକଟି ଜୀବନ ମୋ ପାଇଁ ମୂଲ୍ୟବାନ  ସାଢେ ଚାରି କୋଟି ଜନତା ମୋ ପରିବାର । ତେଣୁ ସମସ୍ତଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ମୋର ଲକ୍ଷ୍ୟ । ସୁନ୍ଦରଗଡ଼ ଜିଲ୍ଲାର ମୋଟ ୪ ଲକ୍ଷ ୩୭ ହଜାର ୩୩୩ ରାସନକାର୍ଡ ଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରାଯିବ । ଏହି କାର୍ଡରୁ ଜିଲ୍ଲାର ମୋଟ ୧୫ ଲକ୍ଷ ୯ ହଜାର ୬୩୧ ଲୋକ ମାଗଣା ସ୍ବାସ୍ଥ୍ୟ ସେବା ପାଇବେ ।

Show More

Related Articles

Back to top button