ଓଡ଼ିଶା

ଆଜି ୭୬ବର୍ଷ ବୟସରେ ପାଦ ଥାପିଲେ ନବୀନ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ୭୬ତମ ଜନ୍ମଦିନ । କିନ୍ତୁ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳନ କରିବେନି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟବାସୀଙ୍କ ଭଲ ପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ବୋଲି କହିଛନ୍ତି ନବୀନ ପଟ୍ଟନାୟକ । କୋଭିଡ୍ ଯୋଗୁଁ ଗତ ଦେଢ଼ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ । ତେଣୁ ନବୀନ ନିବାସ ନ ଆସି ମହତ କାର୍ଯ୍ୟରେ ସାମିଲ୍ ହେବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ତାଙ୍କ ପାଇଁ ସବୁଠୁ ବଡ଼ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ୧୯୪୬ ଅକ୍ଟୋବର ୧୬ରେ ଜନ୍ମିତ ଶ୍ରୀ ପଟ୍ଟନାୟକ ୨୦୦୦ ମାର୍ଚ୍ଚ ୫ରୁ ଏପର୍ଯ୍ୟନ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି ।

 

Show More

Related Articles

Back to top button