Breaking PLUSଓଡ଼ିଶାମୁଖ୍ୟ ଖବର

ଅକ୍ଟୋବର-2ରୁ ବିଜେଡିର ପଦଯାତ୍ରା

ଭୁବନେଶ୍ୱର- ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ ସହିତ ଏ ବର୍ଷର ‘ଜନସମ୍ପର୍କ ପଦଯାତ୍ରା’ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ।

ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦଳର ସମସ୍ତ ଛାମୁଆ ସଙ୍ଗଠନର ରାଜ୍ୟ, ଜିଲା ଓ ବ୍ଲକ ସଭାପତିଙ୍କ ସମେତ ବିଧାୟକ, ଏମ୍‌ପି, ପର୍ଯ୍ୟବେକ୍ଷକ ଓ ଦଳୀୟ ରାଜ୍ୟ କର୍ମକର୍ତ୍ତାମାନଙ୍କୁ ଏ ସମ୍ପର୍କରେ ଚିଠି ଲେଖିଛନ୍ତି ।

ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟମାନଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଜିଲା ପରିଷଦ ଜୋନସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜନ କରାଯିବ।

ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରେ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ବୈଠକ ଓ ଜନସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତ୍ୟେକ ୱାର୍ଡରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମର ବାର୍ତ୍ତା ପହଞ୍ଚାଯିବ ବୋଲି ନବୀନ କହିଛନ୍ତି ।

Show More

Related Articles

Back to top button