Breaking PLUSମୁଖ୍ୟ ଖବରରାଜନୀତି

ପ୍ରକାଶ ପାଇଲା BMC ର ଯୋଗ୍ୟ ପ୍ରାର୍ଥୀ ତାଲିକା

ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଏବଂ ୨୬ରେ ଭୋଟ୍ ଗଣତି

ଭୁବନେଶ୍ୱର :  ପ୍ରକାଶ ପାଇଲା ଭୁବନେଶ୍ୱର ମହାନଗର ନିଗମ (BMC) ର ଯୋଗ୍ୟ ପ୍ରାର୍ଥୀ ତାଲିକା । ମେୟର ପଦବୀ ପାଇଁ ୧୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ସମସ୍ତ ପ୍ରାର୍ଥୀତ୍ୱ କାଏମ ହୋଇଛି । ସେହିପରି  ଭୁବନେଶ୍ୱର ମହାନଗର ନିଗମର ୬୭ଟି ୱାର୍ଡର କର୍ପୋରେଟର ପଦବୀ ପାଇଁ ମୋଟ ୩୪୩ ଟି ନାମାଙ୍କନ ପତ୍ର ଦାଖଲ ହୋଇଥିଲା । ଗତକାଲି ଯାଞ୍ଚ ସମୟରେ କେବଳ ଜଣେ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଛି । ଏହା ଫଳରେ ବିଏମସିର ୬୭ ଟି ୱାର୍ଡ ପାଇଁ ବର୍ତ୍ତମାନ ୩୪୨ ଜଣ ଯୋଗ୍ୟ ପ୍ରାର୍ଥୀ ରହିଲେ

ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ବରିଷ୍ଠ ଆଏଏସ୍ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କୁ  ଭୁବନେଶ୍ୱର ମହାନଗର ନିଗମର ନିର୍ବାଚନ ପାଇଁ ଅବଜରର୍ଭର ଭାବେ ଦାୟିତ୍ୱ ଦିଆଯାଇଛି । ତେବେ ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଏବଂ ୨୬ରେ ଭୋଟ୍ ଗଣତି ହେବ । ଆସନ୍ତା ୧୪ ତାରିଖ ସୁଦ୍ଧା ପ୍ରାର୍ଥାପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେୟର ଓ ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେଉଥିବାରୁ ଭୋଟିଂ ପାଇଁ ଇଭିଏମ୍ ବ୍ୟବହାର କରାଯିବ । ପ୍ରତି ବୁଥ୍‌ରେ ୨ଟି ଇଭିଏମ୍ ରହିବ । ଗୋଟିଏ ଇଭିଏମ୍‌ରେ ମେୟର କିମ୍ବା ପୌରାଧ୍ୟକ୍ଷଙ୍କୁ ଭୋଟ୍ ଦେଇ ହେବ । ଅନ୍ୟ ଇଭିଏମ୍‌ରେ କାଉନସିଲର କିମ୍ବା କର୍ପୋରେଟରଙ୍କୁ ଭୋଟ୍ ଦେଇ ହେବ । ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ । ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ, ୮ରେ ଡେପୁଟି ମେୟର ନିର୍ବାଚନ ହେବ । ୧୦୬ ଏନ୍‌ଏସି/ମ୍ୟୁନିସିପାଲିଟି ଓ ୩ଟି ମହାନଗରରେ ନିର୍ବାଚନ ହେବ । ଅଦାଲତି ମାମଲା ପାଇଁ ପୁରୀ ମ୍ୟୁନିସିପାଲିଟିରେ ନିର୍ବାଚନ ହେବ ନାହିଁ । ଅବଧି ସରିବାର ୩ ବର୍ଷ ପରେ ପୌର ନିର୍ବାଚନ ହେଉଛି । ତେବେ ସିଟ୍ ରିଜରଭେସନ୍ ନେଇ ହୋଇଥିବା ବିବାଦରୁ ନିର୍ବାଚନରେ ବିଳମ୍ବ ହୋଇଥିଲା ।

Show More

Related Articles

Back to top button