ଓଡ଼ିଶାମୁଖ୍ୟ ଖବର

କଳାହାଣ୍ଡିରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡିବାସୀଙ୍କୁ ଭେଟି ଦେଲେ ୮୫୯ କୋଟି ଟଙ୍କାର ପ୍ରକଳ୍ପ

କଳାହାଣ୍ଡି ଗସ୍ତରେ ଯାଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୪ ଲକ୍ଷ ୭ ହଜାର ୧୦୪ ପରିବାରକୁ BSKY ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ଏହାସହ କଳାହାଣ୍ଡିବାସୀଙ୍କୁ ୮୫୯ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଭବନୀପାଟଣା ଓୟୁଏଟି ଅଡିଟୋରିୟମରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।

ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ଅବସରରେ କଳାହାଣ୍ଡିବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ୯୦୦ କୋଟିର ପ୍ରକଳ୍ପର ଉଦଘାଟନ କରି ମୁଁ ବହୁତ ଖୁସି । ଧାନ, ମାଛ ଓ କପା ଉତ୍ପାଦନରେ କଳାହାଣ୍ଡି ଆଗରେ ରହିଛି । କଳାହାଣ୍ଡିର ୬୮ ପ୍ରତିଶତ ଜମି ଜଳସେଚିତ ହୋଇଛି । କଳାହାଣ୍ଡି ଆଜି ଶିକ୍ଷା ହବ୍ ହୋଇପାରିଛି । କଳାହାଣ୍ଡିରେ ଖୁବଶୀଘ୍ର ମେଡିକାଲ କାମ ସରିବାକୁ ଯାଉଛି । ଏହାସହ କଳାହାଣ୍ଡି ଆଜି ବିଏସକେୱାଇରେ ସାମିଲ ହୋଇଛି। ଏହି ଅବସରରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ନବକିଶୋର ଦାସ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Show More

Related Articles

Back to top button