Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ବଲପୁରରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ

ଆଜି ସମ୍ବଲପୁରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ୱାରା ଗରିବ ଲୋକେ ମାଗଣାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇପାରିବେ।

ଗୋଟିଏ କାର୍ଡରେ ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ସମ୍ବଲପୁରର ପ୍ରତି ବ୍ଲକରେ ଜଣେ ଲେଖାଏଁ ମନ୍ତ୍ରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ଦାୟିତ୍ୱ ଦିଆଯାଇଛି । ୯ଟି ବ୍ଲକ ସହିତ ମହାନଗର ନିଗମ ଅଂଚଳର ମୋଟ ୨ଲକ୍ଷ ୨୮ହଜାର ୨୧୩ ଜଣ ବିଏସକେଓ୍ୱାଇ କାର୍ଡ ପାଇବେ । ୧୫୫୩ କୋଟିର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାଯ୍ୟକ୍ରମ ରହିଛି । ଜିଲ୍ଲାପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି ।

Show More

Related Articles

Back to top button