Breaking PLUS

ବୁର୍ଲା ଭିସୁଟ୍ ସଟଡାଉନ୍, କଣ୍ଟେନମେଣ୍ଟ ଜୋନ୍ ଘୋଷିତ ହେଲା ହଷ୍ଟେଲ୍

ବୁର୍ଲା ଭିସୁଟ ସଟଡାଉନ୍ । ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ କୋଭିଡ ଆକ୍ରାନ୍ତ ଚିହ୍ନଟ ପରେ ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଜିଲ୍ଲାପାଳ ତଥା ବର୍ତ୍ତମାନର ପିଡି ଡିଆରଡିଏ ସୁକାନ୍ତ ତ୍ରିପାଠୀ ଏହି ଘୋଷଣା କରିଛନ୍ତି

ବୁର୍ଲା ଭିସୁଟର ପୁଲହ, ପୁଲସ୍ତ୍ୟ ଅତ୍ରି, କ୍ରତୁ, ବଶିଷ୍ଠ, ମରିଚି, ଅନୁରାଧା, ଅରୁନ୍ଧତି, ରୋହିଣୀ, ବିଶାଖା ଓ ବସୁନ୍ଧରା ହଷ୍ଟେଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ସେହିପରି ପୁଲହ ହଷ୍ଟେଲକୁ ଲାଗିଥିବା ଥିବା ଅଂଚଳରୁ ବଫର ଜୋନ୍ ଘୋଷଣା କରାଯାଇଛି ।

ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିବା ଯାଏଁ ଏହି ଘୋଷଣା ବଳବତ୍ତର ରହିବ । ଏହା ସହ କଣ୍ଟେନମେଣ୍ଟ ଜୋନରେ ଜରୁରୀକାଳିନ ସେବାକୁ ବାଦ ଦେଲେ କୌଣସି ଯାନ ବାହନ ଚଳାଚଳ କରିପାରିବ ନାହିଁ । ଏହା ସହ ବାହାର କୌଣସି ଲୋକ ଭିତରକୁ ଯାଇ ପାରିବେ ନାହିଁ ।

ସୂଚନାଯୋଗ୍ୟ, ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି । ୨ ଦିନ ଭିତରେ ୩ଟି ହଷ୍ଟେଲରୁ ୨୫ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୬ ଜଣ ଅନ୍ୟ ହଷ୍ଟେଲରେ ରହି ଚିକିତ୍ସିତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ସସପେଣ୍ଡ କରାଯାଇଛି ।

ଶୁକ୍ରବାର ଦିନ ଭିସୁଟ୍ ହଷ୍ଟେଲରେ ରହୁଥିବା ୩ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ଭିସୁଟ୍‌ର ପୁଲହ ଓ ପୁଲସ୍ଥ୍ୟ ହଷ୍ଟେଲରେ ୩ ଜଣ ଛାତ୍ର କୋଭିଡ୍-୧୯ ସଂକ୍ରମିତ ହୋଇଥିଲେ । ଫଳରେ ଉଭୟ ହଷ୍ଟେଲର ରୁମ୍‌ ନଂ- ୨୧୪,୨୧୭ ଓ ୨୧୮କୁ ସିଲ୍‌ କରିଦିଆଯାଇଥିଲା । ତେବେ ସମ୍ପୃକ୍ତ ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଛାତ୍ରଛାତ୍ରୀମାନଙ୍କୁ ୭୨ ଘଣ୍ଟା ପାଇଁ ଆଇସୋଲେସନ୍‌ରେ ରହିବାକୁ ନୋଟିସ ଜାରି କରାଯାଇଛି ।

If you buy through links on this page, we may earn a small commission. tadalafil Although some pharmaceutical drugs like Viagra may help men get an erection, many people prefer natural alternatives that are readily available, discreet, and likely to have fewer side effects.

Show More

Related Articles

Back to top button