
ଜେସିବି ମେସିନକୁ ଧକ୍କା ଦେଲା ବସ୍ । ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି ।ସମସ୍ତଙ୍କ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦ୍ରାପଡ଼ା-ଗଣ୍ଡକିଆ ରାସ୍ତା ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି ।
ଖବର ଅନୁଯାୟୀ, ଗଣ୍ଡକିଆରୁ ଭୁବନେଶ୍ୱର ଯାଉଥିଲା ବିଟି ନାମକ ଏକ ଘରୋଇ ବସ୍ । ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଜେସିବି ମେସିନ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୨ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।