Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟ କ୍ୟାବିନେଟରେ 10 ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ଏନେଇ ଗୃହରେ ସୂଚନା ଦେଇଛନ୍ତି। ଶ୍ରୀ ମାଝୀ କହିଛନ୍ତି, ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷ ବୟସରୁ ଅଧିକ ଲୋକଙ୍କ ଲାଗି ‘ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଞ୍ଜୁରୀ ମିଳିଛି। ସେହିପରି ପରିବାର ପିଛା ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କୁ ଅତିରିକ୍ତ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ମିଳିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାମ କରିବ। ଏହି ଯୋଜନା ଦ୍ବାରା ହିତାଧିକାରୀମାନେ କ୍ୟାସ୍ଲେସ୍ ସୁବିଧା ପାଇପାରିବେ।