Breaking PLUSଓଡ଼ିଶାମୁଖ୍ୟ ଖବର

ବାଲେଶ୍ୱର ପୋଲ ତଳକୁ ଖସିଲା କାର : ୩ ଜଣଙ୍କ ମୃତ୍ୟୁ ଓ ୨ ଗୁରୁତର

ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବିର୍ଲା ଟାୟାର ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଲା କାର୍‌ । ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନା ଯେ, ବାରିପଦାରୁ ଏକ କାର୍‌ ଯୋଗେ ଜଣେ କରୋନା ରୋଗୀଙ୍କୁ ନେଇ ଶୁକ୍ରବାର ବିଳମ୍ବିତ ରାତିରେ ୪ ଜଣ ଯୁବକ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ମାତ୍ର ବାଲେଶ୍ୱର ୧୬ନଂ ଜାତୀୟ ରାଜପଥ ବିର୍ଲା ଟାୟାର ନିକଟରେ କାର୍‌ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭର ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଥିଲେ । ଗାଡିଟି ସମ୍ପୂର୍ଣ୍ଣ ରୂପେ ପୋଲ ତଳକୁ ଖସିଯାଇଥିବାରୁ ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ପୋଲିସ୍‌କୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଗୁରୁତର ୨ ଜଣଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛି। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ମୃତାହତ ମୟୁରଭଞ୍ଜ ଜିଲ୍ଲାର ବୋଲି ସୂଚନା ରହିଛି । ଏନେଇ ପୋଲିସର ତଦନ୍ତ ଜାରି ରହିଥିବା ବେଳେ ଆଖି ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଥିବାରୁ ଅନୁମାନ କରାଯାଉଛି ।

Show More

Related Articles

Back to top button