ଓଡ଼ିଶାପାଣିପାଗ

ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାସହ ରାଜ୍ୟର କିଛି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଦା, ନୟାଗଡ, କଟକ ଓ ସୁନ୍ଦରଗଡ ରହିଛି ।

ସେହିପରି ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ରହିଛି । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ସେପ୍ଟେମ୍ବର ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Back to top button