ଓଡ଼ିଶାପାଣିପାଗ

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା , ୧୨ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଓଡିଶାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା । ୧୨ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ୟେଲୋଓ୍ଵାର୍ଣ୍ଣିଂ ଜିଲ୍ଲାଗୁଡିକ ମଧ୍ୟରେ ରହିଛନ୍ତି ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୁରଭଞ୍ଜ , ବାଲେଶ୍ୱର, ଯାଜପୁର ଓ ଭଦ୍ରକ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

Show More

Related Articles

Back to top button