ଓଡ଼ିଶାପାଣିପାଗ

୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଉର୍ଦ୍ଧ୍ୱ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ରହିଛି ଏହା ସହ ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୬ରୁ ୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Back to top button