Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଆଉ କେଇ ଘଣ୍ଟାର ଅପେକ୍ଷା, ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-3

ଭାରତ ପାଇଁ ଐତିହାସିକ ମୁହୁର୍ତ୍ତ

() ଆଜି ଆମ ଦେଶ ପାଇଁ ଗର୍ବର ମୁହୁର୍ତ୍ତ । ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ଆଜି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମ। ଏଥିପାଇଁ ସାରା ଦେଶ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଛି । ଲ୍ୟାଣ୍ଡର ୩୦ କିଲୋମିଟର ଉଚ୍ଚତାରୁ ଅବତରଣ କରିବ।

ଅବତରଣର ଦୁଇ ଘଣ୍ଟା ପୂର୍ବରୁ ଚନ୍ଦ୍ରର ସ୍ଥିତି ଅନୁଧ୍ୟାନ କରାଯିବ। ଯଦି ସେଥିରେ କିଛି ସମସ୍ୟା ଦେଖାଦିଏ ତେବେ ଚନ୍ଦ୍ରୟାନ- ୩ର ଅବତରଣକୁ ସ୍ଥଗିତ କରାଯାଇ ଏହି ପ୍ରକ୍ରିୟାକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯିବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ତେବେ ଯଦି ସବୁ ଠିକ୍‌ଠାକ୍ ରୁହେ ତେବେ ଅବତରଣ ପ୍ରକ୍ରିୟା ଆଜି ସନ୍ଧ୍ୟା ୫ଟା ୪୫ରେ ଆରମ୍ଭ ହେବ ଏବଂ ସନ୍ଧ୍ୟା ୬ଟା ୪ରେ ଏହା ଚନ୍ଦ୍ରପୃଷ୍ଠକୁ ଛୁଇଁବ।

Show More

Related Articles

Back to top button