ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟପୂଜା ପାର୍ବଣଭକ୍ତି

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକଲାଗି ନୀତି,ଚାରିଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ନିତୀ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,ବନକଲାଗି  ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟା ରୁ ରାତ୍ର ୯ ଘଟିକା ପର୍ଯ୍ଯନ୍ତ ପ୍ରାୟ ଚାରିଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜୀଉଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ।

Show More

Related Articles

Back to top button