Breaking PLUSଓଡ଼ିଶାମୁଖ୍ୟ ଖବର

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର/କଟକ, 7 ଫେବୃଆରୀ – ବୁଧବାର ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ। ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଗତ ୨ ତାରିଖରେ ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
ପାଇଥିଲା। ଏହାପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।
୧୯୬୩ ଜାନୁଆରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ୍ ଶରଣ ସିଂ ଦିଲ୍ଲୀ ବିଶ୍ବ ବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବରେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଥିଲେ। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତି ପାଇଥିଲେ। ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁଆରୀ ମାସରେ ଅବସର ନେବେ।

Show More

Related Articles

Back to top button