Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, 3 ଫେବୃଆରୀ – ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଏହାପରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଥିବାରୁ ସମ୍ମାନୀୟ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଶୁଭେଚ୍ଛା ଜଣାଉଛି । ତାଙ୍କର ସଫଳ କାର୍ଯ୍ୟକାଳ କାମନା କରୁଛି ।

Show More

Related Articles

Back to top button