Breaking PLUSଓଡ଼ିଶାମୁଖ୍ୟ ଖବର

ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, 22 ମାର୍ଚ୍ଚ – ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Show More

Related Articles

Back to top button