Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ମନୋହର ଯୋଶୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, 23 ଫେବୃଆରୀ- ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋକସଭାର ପୂର୍ବତନ ବାଚସ୍ପତି ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ବିୟୋଗରେ ଦୁଃଖିତ । କେନ୍ଦ୍ର ମନ୍ତ୍ରୀ ଭାବରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଥିଲା ଏବଂ ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରିଥିଲେ। ମୋର ସମବେଦନା ଏବଂ ପ୍ରାର୍ଥନା ଏହି ଶୋକ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟ ଏବଂ ସମର୍ଥକଙ୍କ ସହିତ ଅଛି । ଓମ୍ ଶାନ୍ତି ।

Show More

Related Articles

Back to top button