Breaking PLUSଓଡ଼ିଶାମୁଖ୍ୟ ଖବର

ଶାନ୍ତିଲତା ବାରିକଙ୍କଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ତାଙ୍କ ଭଜନ ତାଙ୍କୁ ଅମର କରି ରଖିବ ମୁଖ୍ୟମନ୍ତ୍ରୀ
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ
ଭୁବନେଶ୍ୱର- ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ । ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ ।
ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ । ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା । ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Show More

Related Articles

Back to top button