ଓଡ଼ିଶାଦେଶମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଦ୍ରୌପଦୀ ମୁର୍ମୁଙ୍କୁ  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଓଡିଶାବାସୀଙ୍କ ତରଫରୁ ମଧ୍ୟ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ । ଏହି ସଫଳତା ପାଇଁ ରାଜ୍ୟବାସୀ ଗର୍ବିତ । ଜୁଲାଇ ୨୫ରେ ଦ୍ରୌପଦୀ ମୁର୍ମୁ ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଛି । ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଶପଥ ସମାରୋହ ପରଦିନ ଅର୍ଥାତ୍ ୨୬ ତାରିଖରେ ସେ ଭୁବନେଶ୍ୱର ଫେରି ଆସିବେ ।

Show More

Related Articles

Back to top button