ଓଡିଶାବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଜେଡିକୁ ସମର୍ଥନ କରିଥିବାରୁ ସମସ୍ତ ପ୍ରାର୍ଥୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଲେ ନବୀନ

ବିଜେଡିକୁ ସମର୍ଥନ କରିଥିବାରୁ ସମସ୍ତ ପ୍ରାର୍ଥୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଲେ ନବୀନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍ । ବିଜୟୀ ସମସ୍ତ ଦଳୀୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅତୁଟ ବିଶ୍ୱାସ ରଖି ବିଜେଡିକୁ ବିପୁଳ ସମର୍ଥନ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଜନମତ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିଛି ବୋଲି କହିଛନ୍ତି ନବୀନ। ବିଜେଡିକୁ ଆନ୍ଦୋଳନରେ ପରିଣତ କରିଥିବା ସମସ୍ତ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅକୁଣ୍ଠ ଭଲ ପାଇବା ଦେଇ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ରେ ବିଜୁ ଜନତା ଦଳକୁ ବିଜୟୀ କରିଥିବାରୁ ସମସ୍ତଙ୍କୁ ମୋର ଆନ୍ତରିକ ଧନ୍ୟବାଦ। ଏହି ଜନମତ ସେବା ପାଇଁ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିଛି। ବିଜୟୀ ଦଳୀୟ ପ୍ରାର୍ଥୀ ଓ ଉତ୍ସର୍ଗୀକୃତ କାର୍ଯ୍ୟ ଜରିଆରେ ବିଜେଡିକୁ ଆନ୍ଦୋଳନରେ ପରିଣତ କରିଥିବା ସମସ୍ତ କର୍ମୀଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା।