ଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ବୋନସ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ଦିଆଯିବ ୧ ହଜାର ଟଙ୍କା। ସେହିପରି ପ୍ରତି ସିଜିନାଲ ଷ୍ଟାଫ୍‌ଙ୍କୁ ୧୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ବୃତ୍ତି ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ଅଛନ୍ତି। ଏମାନେ ସମସ୍ତେ ଗରିବ ଶ୍ରେଣୀର ଲୋକ। ବହୁ ଜନଜାତି ମାଆମାନେ ମଧ୍ୟ  କେନ୍ଦୁପତ୍ର ତୋଳିବା  କାମ କରନ୍ତି। କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ କାମ କରି ଆସୁଛନ୍ତି। ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳିମାନଙ୍କୁ ବୋନସ୍‌ ଦିଆଯାଉଛି। ଆମର ଏହି ନୀତି ଅନ୍ୟ ରାଜ୍ୟମାନଙ୍କ ପାଇଁ ମଡେଲ ହୋଇଛି। ଗତ ସପ୍ତାହ ମଧ୍ୟରେ କେନ୍ଦୁପତ୍ର ତୋଳାଳିମାନଙ୍କ ବିଭିନ୍ନ ସମସ୍ୟା ବିଷୟରେ ତିନିଥର ଆଲୋଚନା କରାଯାଇଛି। ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ବୋନସ୍ ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳିମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯିବ। କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସ୍‌ଟି ରଖିଛନ୍ତି। କେନ୍ଦୁପତ୍ର ଉପରୁ GST ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ବାରମ୍ଵାର ଅନୁରୋଧ କରିଛନ୍ତି। ଗରିବ ଲୋକଙ୍କ ହିତ ଦୃଷ୍ଟିରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Show More

Related Articles

Back to top button