Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ପୌରନିର୍ବାଚନରେ ବିଜେଡିର ବିଜୟକୁ ନେଇ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ବିଜେଡି ମେୟର ପ୍ରାର୍ଥୀ ବିଜୟଲାଭ କରିଛନ୍ତି।

କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ବିଜେଡି ମେୟର ପ୍ରାର୍ଥୀ ବିଜୟଲାଭ କରିଛନ୍ତି। ପୌର ନିର୍ବାଚନରେ ବିଜେଡିର ଐତିହାସିକ ବିଜୟ ହୋଇଛି । ଭୁବନେଶ୍ୱର ମହାନଗର ନିଗମରେ ବିଜେଡିର ସୁଲୋଚନା ଦାସ ପ୍ରଥମ ମହିଳା ମେୟର ଭାବେ ନିର୍ବାଚିତ ହୋଇଥିବା ବେଳେ ବ୍ରହ୍ମପୁରରେ ବିଜେଡିର ସଂଘମିତ୍ରା ଦଳେଇ ମେୟର ପଦବୀ ପାଇଁ ନିର୍ବାଚିତ ହୋଇଛନ୍ତି। ଏବଂ କଟକରେ ବିଜେଡି ପ୍ରାର୍ଥୀ ସୁବାସ ସିଂ ମେୟର ହୋଇଛନ୍ତି। ପୌର ନିର୍ବାଚନରେ ବିଜେଡିର ବିଜେତା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଭୁବନେଶ୍ୱର ମହାନଗର ନିଗମରେ ବିଜେଡି ପ୍ରାର୍ଥିନୀ ସୁଲୋଚନା ଦାସ ୬୧ ହଜାର ୪୮୭ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ସୁଲୋଚନାଙ୍କୁ ମୋଟ ୧ ଲକ୍ଷ ୭୪ ହଜାର ୪୮୭ ଖଣ୍ଡ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ସୁନିତା ମୁଣ୍ଡା ୧ ଲକ୍ଷ ୧୩ ହଜାର ୪୦୦ ଭୋଟ୍ ପାଇଛନ୍ତି । ପୁଣି ଥରେ କଂଗ୍ରେସ ଅତ୍ୟନ୍ତ ଲଜ୍ଜାଜନକ ପ୍ରଦର୍ଶନ କରିଛି । ଦଳକୁ ମାତ୍ର ୧୧ ହଜାର ୬ ଖଣ୍ଡ ଭୋଟ ମିଳିଛି । ବ୍ରହ୍ମପୁର ମହାନଗର ନିଗମରେ ବିଜେଡି ପ୍ରାର୍ଥିନୀ ସଂଘମିତ୍ରା ଦଳେଇ ୨୦ ହଜାର ୨୮୬ ଭୋଟରେ ବିଜୟୀ ହୋଇଛନ୍ତି । ସଂଘମିତ୍ରା ମୋଟ ୬୬ ହଜାର ୬୮ ଖଣ୍ଡ ଭୋଟ ପାଇଛନ୍ତି । ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ସବିତା ସୁଆର ୪୫ ହଜାର ୭୮୨ ଭୋଟ ପାଇଛନ୍ତି । କଟକ ମହାନଗର ନିଗମରେ ବିଜେଡି ପ୍ରାର୍ଥୀ ସୁବାସ ସିଂ ୪୫ ହଜାର ୨୦୬ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି ।

Show More

Related Articles

Back to top button