ଓଡ଼ିଶାଦେଶସ୍ୱତନ୍ତ୍ର

ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ୟୁକ୍ରେନରୁ ଫେରିଲେ ଆଉ ୭୭ ଜଣ ଓଡ଼ିଆ ଛାତ୍ରଛାତ୍ରୀ

ଭୁବନେଶ୍ୱର: ୟୁକ୍ରେନରୁ ଫେରିଲେ ଆଉ ୭୭ ଜଣ ଓଡ଼ିଆ ଛାତ୍ରଛାତ୍ରୀ । ଦିଲ୍ଲୀରୁ ଏୟାର ଏସିଆର ସ୍ବତନ୍ତ୍ର ବିମାନରେ  ଓଡ଼ିଶା ଆସି ଦିଲ୍ଲୀରୁ ଭୁବନେଶ୍ବର ଫେରିଛନ୍ତି ଛାତ୍ରଛାତ୍ରୀ । ପିଲାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ ଯେ ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବାପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ । ଦୁଇଟି ବସ୍‌ ଯୋଗେ ସେମାନଙ୍କୁ ଯୁଦ୍ଧ ଅଂଚଳରୁ ନିରାପଦ ଉଦ୍ଧାର କରାଯାଇଥିଲା । ଏତଦ୍‌ ବ୍ୟତୀତ ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ ସେମାନଙ୍କ ପାଠପଢା ପାଇଁ ବ୍ୟବସ୍ଥା କରିବାପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଏବଂ ଏ ଦିଗରେ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି । ତୁରନ୍ତ ଏ ପ୍ରସଂଗକୁ ଗୁରୁତର ସହ ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ଏବଂ ମନ୍ତ୍ରାଳୟ ସହ ଆଲୋଚନା କରି ଛାତ୍ରଛାତ୍ରୀଙ୍କ ପାଠ ପଢା କିପରି ଭାରତରେ ହୋଇପାରିବ ସେନେଇ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି । ଏହି ପ୍ରସଂଗରେ କେନ୍ଦ୍ର ସରକାର ଯାହା ନିଷ୍ପତ୍ତି ନେବେ ରାଜ୍ୟ ସରକାରଙ୍କ ତରଫରୁ ସମ୍ପୂର୍ଣ୍ଣ ସମର୍ଥନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି ।

 

 

Show More

Related Articles

Back to top button