ଓଡ଼ିଶାଦେଶମୁଖ୍ୟ ଖବର

ହାଇଦ୍ରାବାଦରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌’ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ’ ନିମନ୍ତେ ଚଳିତମାସ ୧୭ତାରିଖରେ ହାଇଦ୍ରାବାଦରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି । ଫିକ୍କି ସହଯୋଗରେ ହେବାକୁ ଥିବା ଏହି ଇନଭେଷ୍ଟର୍ସ ମିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ସୂଚନାମିଳିଛି । ଦୁବାଇ, ଦିଲ୍ଲୀ, ମୁମ୍ବାଇ, ବାଙ୍ଗାଲୁରୁ ପରେ ହାଇଦ୍ରାବାଦରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ମିଳିଥିବା ସୂଚନା ଅନୁସାରେ, ନିବେଶକଙ୍କ ସହ ୱାନ-ଟୁ-ୱାନ୍ ବୈଠକ ଓ ନିବେଶକ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ସେଥିପାଇଁ ନିଜର ଜନ୍ମଦିନ ଅକ୍ଟୋବର ୧୬ତାରିଖରେ ରହିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦିନ ହ୍ରାଇଦ୍ରାବାଦ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ହାଇଦ୍ରାବାଦର ହୋଟେଲ ତାଜ୍ କ୍ରିଷ୍ଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଟୋବର ୧୭ତାରିଖରେ ନିବେଶକ, ଶିଳ୍ପପତି ଓ ବିଭିନ୍ନ ବ୍ୟବସାୟିକ କମ୍ପାନୀର ପ୍ରତିନିଧିମାନଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆମନ୍ତ୍ରଣ ମଧ୍ୟ କରିବେ।ସୂଚନାଅନୁସାରେ, ସେପ୍ଟେମ୍ବର ୨୮ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଙ୍ଗାଲୁରୁରେ ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମରେ ସାମିଲ ହୋଇ ଶିଳ୍ପପତିମାନଙ୍କୁ ଭେଟିବା ସହ ମେକ୍ ଓଡ଼ିଶା କନକ୍ଳେଭକୁ ଆମନ୍ତ୍ରଣ କରିଥିଲେ।

Show More

Related Articles

Back to top button