Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ନେବେ। ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଦ୍ରୌପଦୀଙ୍କ ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମିଳିଛି। ଏଥିପାଇଁ ସେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ସେ ଆସନ୍ତା ୨୩ ତାରିଖରେ ଯାଇ ୨୬ ତାରିଖରେ ଫେରିବେ। ନବୀନ ଏହି ଗସ୍ତବେଳେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଜେଡି ଏମ୍‌ପିମାନଙ୍କୁ ଭେଟିବେ ବୋଲି ଜଣାପଡ଼ିଛି । ତାଙ୍କ ବ୍ୟତିତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ଶପଥ ସମାରୋହରେ ସାମିଲ ହେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button