Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିର ଐତିହ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ଐତିହ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ମାଣ କାର୍ଯ୍ୟ ଆରମ୍ଭ ପୂର୍ବରୁ ଏକ ଯଜ୍ଞ ଅନୁଷ୍ଠିତ ହେବ । ୨୧ରେ ଅଙ୍କୁର ରୋପଣ ପରେ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଉତ୍ତରଦ୍ୱାର ସମ୍ମୁଖରେ ଯଜ୍ଞ ଆରମ୍ଭ ହୋଇ ୨୪ ତାରିଖରେ ପୂର୍ଣ୍ଣାହୂତି ହେବ ।

ଏହି ସମୟ ଭିତରେ ମୁଖ୍ୟମନ୍ତ୍ରୀ କୌଣସି ଏକ ଦିନ ଯୋଗ ଦେଇ ପ୍ରକଳ୍ପର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀ କୋଉ ଦିନ ଯୋଗ ଦେବେ ସରକାରୀ ଭାବେ ଘୋଷଣା ହୋଇ ନ ଥିବା ବେଳେ ଯଜ୍ଞ ପୂର୍ଣ୍ଣାହୂତି ଦିନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ଗତକାଲି ଶ୍ରୀମନ୍ଦିର ପ୍ରଶାସନର ବୈଠକ ବସିଥିଲା । ପ୍ରକଳ୍ପ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ସାମିଲ ଥିଲେ ।

Show More

Related Articles

Back to top button