Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସ୍ଥାନୀୟ ଓୟୁଏଟି ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ୨୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ଆଜି ସକାଳେ ଭୁବନେଶ୍ୱରରୁ ବିମାନ ଯୋଗେ ଉତକେଲା ଏୟାରଷ୍ଟ୍ରିପ୍ରେ ଅବତରଣ କରିଛନ୍ତି ଏବଂ ସେଠାରୁ ହେଲିକପ୍ଟର ଯୋଗେ ଭବାନୀପାଟଣା ଓୟୁଏଟି ପରିସରକୁ ଯାଇଛନ୍ତି । ପ୍ରଥମେ ଓୟୁଏଟି ଅଡିଟୋରିୟମରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ୨୫୦ ଜଣ ମହିଳା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସମସ୍ତଙ୍କ କୋଭିଡ୍ ପରୀକ୍ଷା କରାଯାଇଛି । ୩୦ ଜଣ ସାମ୍ବାଦିକଙ୍କ କୋଭିଡ୍ ପରୀକ୍ଷା ପରେ ପାସ୍ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମ ୧୧ଟା ୫୦ ପର୍ଯ୍ୟନ୍ତ ଚାଲିବ । ସେଠାରୁ ମୁଖ୍ୟମନ୍ତ୍ରୀ ଉତକେଲାଯାଇ ବିମାନ ଯୋଗେ ଭୁବନେଶ୍ୱର ଫେରିବେ ।