Breaking PLUSଓଡ଼ିଶାମୁଖ୍ୟ ଖବର

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ସେ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି। ଆସନ୍ତୁ ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା। ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବା।

Show More

Related Articles

Back to top button