ଓଡ଼ିଶାମୁଖ୍ୟ ଖବରସ୍ୱତନ୍ତ୍ର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା- ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଥାର ଯୁଗ ଶେଷ , ଏଣିକି ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ

ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ । ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଥାର ଯୁଗ ସମାପ୍ତ । ଏଣିକି ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ । ରାଜ୍ୟ କ୍ୟାବିନେଟରେ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବା ସହ ଏହି ଘୋଷଣା କରିଛନ୍ତି । ଏନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ ।

ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପରିବାରକୁ ଏହା ଦିପାବଳୀ ଭେଟି। ସବୁ ଚୁକ୍ତିଭିତ୍ତିକ କର୍ମଚାରୀ ହେବେ ନିୟମିତ । ଏଥିପାଇଁ କାଲି ବାହାରିବ ବିଜ୍ଞପ୍ତି। ପାଖାପାଖି ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩ଶହ କୋଟି ସରକାରୀ ତହବିଲରୁ ଖର୍ଚ୍ଚ ହେବ ।ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପରସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡି ଲାଗି ରହିଥିଲା । ଗରିବୀ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା।

ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?

ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି। ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ।

 

Show More

Related Articles

Back to top button