Breaking PLUSଓଡ଼ିଶାମୁଖ୍ୟ ଖବର

ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର, 10 ଫେବୃଆରୀ- ପୂର୍ବତନ ବିଧାୟିକା ଭି.ସୁଜ୍ଞାନୀ କୁମାରୀ ଦେଓଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Show More

Related Articles

Back to top button