Breaking PLUSଓଡ଼ିଶାମୁଖ୍ୟ ଖବର

ଘଟଗାଁ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ 3ଲକ୍ଷ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର, 1 ଡିସେମ୍ବର – ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ 8 ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତ 12 ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Show More

Related Articles

Back to top button