Breaking PLUSଓଡ଼ିଶାମୁଖ୍ୟ ଖବର

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଯୁବକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆଜି ସକାଳେ ଶାରୀରିକ ପରୀକ୍ଷା ପାଇଁ ରାଣିପେଣ୍ଠଠାରୁ ପଦ୍ମପୁର ଦୁଇ କି.ମି ରାସ୍ତାରେ ଦୌଡ ପରୀକ୍ଷା ଚାଲିଥିବା ବେଳେ ଦୌଡରେ ସଫଳତା ସହ ଉତ୍ତୀର୍ଣ୍ଣ ହୋଇଥିଲେ ସୁଲନ୍ତ ।
ହେଲେ ହଠାତ୍‍ ତଳେ ପଡିଯିବା ପରେ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ ଆଶାୟୀ ଯୁବକ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button