Breaking PLUSଓଡ଼ିଶାମୁଖ୍ୟ ଖବର

ସାମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରେ ଲାଗିଛି । ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକର ସମୀକ୍ଷା କରିଛନ୍ତି ।

ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରେ ଲାଗିଛି । ଯାହାକୁ ନେଇ ଅନେକ ଜିଲ୍ଲାରେ ସାମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅନେକ ରାସ୍ତାଘାଟ ଓ ଅଞ୍ଚଳ ଜଳମଗ୍ନ ହେବା ପରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହେବାରେ ଲାଗିଛି। ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକର ସମୀକ୍ଷା କରିଛନ୍ତି ।
ଗତ ଦୁଇ ଦିନ ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟର ବର୍ଷା ହୋଇଛି। ବୈତରଣୀ, ବୁଢାବଳଙ୍ଗ ଓ ସାଳନ୍ଦୀ ନଦୀରେ ପାଣି ବଢିବାରେ ଲାଗିଛି।
ସାମ୍ଭବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ୧୦ଟି ଓଡ୍ରାଫ୍ ଓ ଅଗ୍ନିଶମ ସେବା ୟୁନିଟ୍‌ ନିୟୋଜିତ ରହିଛନ୍ତି। ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗୀୟ ସଚିବମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ।

Show More

Related Articles

Back to top button