Breaking PLUSଓଡ଼ିଶାମୁଖ୍ୟ ଖବର

କମିଶନରେଟ ପୋଲିସର ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନ ଲୋକାର୍ପଣ

ଆଗାମୀ ଦିନରେ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର, 12 ଡିସେମ୍ବର –  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ଜରୁରୀକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ ଯୋଜନାରେ  ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି।

ଇଆରଏସଏସ ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର ନିର୍ଭୟା କାଣ୍ଡ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ମସିହାରେ ଜରୁରୀକାଳୀନ ପରିସ୍ଥିତିରେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଯୋଜନା ଆରମ୍ଭ କରିଥିଲେ। ପୋଲିସ କମିଶନରେଟ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ୩୦ଟି ନୂଆ ଯାନ ପୋଲିସଙ୍କ କାର୍ଯ୍ୟ ଦକ୍ଷତାକୁ ସୁଦୃଢ କରିବ। ଏଗୁଡିକ ସାଧାରଣ ଗାଡି ନୁହେଁ। ଏଗୁଡିକ ହେଉଛି ଗୋଟିଏ ଗୋଟିଏ ସୁରକ୍ଷା ରଥ। ଏଗୁଡିକ ହେଉଛି ନ୍ୟାୟର, ଶୃଙ୍ଖଳାର, ଭୟମୁକ୍ତ ବାତାବରଣର ଓ ଅପରାଧମୁକ୍ତ ସମାଜର ପ୍ରତୀକ । ଏହି ଗାଡିଗୁଡିକ ଯେତିକି ଗଡିବ ଲୋକମାନେ ସେତିକ ନ୍ୟାୟ ପାଇବେ ଓ ସେମାନଙ୍କ ଆତ୍ମବିଶ୍ୱାସ ବଢିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୋଲିସ ବାହିନୀକୁ ଆହୁରି ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ। ଗୃହରକ୍ଷୀମାନେ ହେଉଛନ୍ତି ପୋଲିସର ଏକ ଅଭିନ୍ନ ଅଙ୍ଗ। ଆମ ରାଜ୍ୟରେ ଗୃହରକ୍ଷୀମାନେ ବହୁତ ଭଲ କାମ କରୁଛନ୍ତି। ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ଉପରେ ଯେଉଁ କଟକଣା ଲଗା ଯାଇଥିଲା ତାହାକୁ ଉଠାଇ ଦିଆଯାଇଛି।  ଖୁବଶୀଘ୍ର ଖାଲିଥିବା ୨୪୧୬ଟି ପଦବୀ ସହିତ ୨୫୮୪ଟି ନୂତନ ପଦବୀ ସୃଷ୍ଟି କରାଯିବ। ସମୁଦାୟ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି ପାଇଁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଇଆରଏସଏସ ଯୋଜନାରେ ଆଜି ପୋଲିସ କମିଶନରେଟରେ ଲୋକାର୍ପିତ ହୋଇଥିବା ୩୦ଟି ଯାନ ମଧ୍ୟରୁ ଭୁବନେଶ୍ୱର ସହରରେ ପାଇଁ ୨୨ଟି ଏବଂ କଟକରେ ୮ଟି ଗାଡି କାର୍ଯ୍ୟ କରିବ। ପୂର୍ବରୁ ଅଚଳ ହୋଇଥିବା ପିସିଆର ଗାଡି ଗୁଡିକ ବଦଳରେ ଏହି ନୂତନ ଯାନ ମଧ୍ୟ କାର୍ଯ୍ୟ କରିବ। ଏହି ଇଆରଏସଏସ ଯୋଜନା ଦ୍ୱାରା ପୋଲିସ ବ୍ୟବସ୍ଥାର ସୁଦୃଢିକରଣ ହେବା ସହ ସୁରକ୍ଷା ବାତାବରଣ ସୃଷ୍ଟି ହେବ। ଏଥି ସହିତ ଆଗାମୀ ଦିନରେ ପେଟ୍ରୋଲିଂ, ଅପରାଧୀ ଏବଂ ପୀଡିତଙ୍କ ପାଖରେ ତୁରନ୍ତ ପହଞ୍ଚିବା ପାଇଁ ପୋଲିସକୁ ହାଇ ସ୍ପିଡ ଗାଡି ଯୋଗାଇ ଦିଆଯିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ରାଜ୍ୟ ସରକାର ପୋଲିସର ସାମର୍ଥ୍ୟ ଓ ଶକ୍ତି ବୃଦ୍ଧି ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛନ୍ତି। ସମାଜରେ ଲୋକମାନଙ୍କ ପାଇଁ ଆପଣମାନେ ଜଣେ ଜଣେ ସାହାଯ୍ୟକାରୀ ବନ୍ଧୁ ଭାବେ କାମ କରି ପୋଲିସର ଭାବମୂର୍ତ୍ତୀ ଆହୁରି ଉଚ୍ଚ ସ୍ତରକୁ ନିଅନ୍ତୁ।କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ବାତ୍ୟା ଦାନା ସମୟରେ ଆମର ଏହି ଇଆରଏସଏସ ଯାନ ଗୁଡିକ ଲୋକମାନଙ୍କୁ ପ୍ରଶଂସନୀୟ ସେବା ଯୋଗାଇ ଦେଇଛି। ଏହି ନୂତନ ଯାନ ଗୁଡିକ ଭୁବନେଶ୍ୱର-କଟକ ଜନସାଧାରଣଙ୍କୁ ଉପଯୁକ୍ତ ଓ ତ୍ୱରିତ ସେବା ଯୋଗାଇଦେବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଦୟାଲ ଗଙ୍ଗୱାର ଉପସ୍ଥିତ ଥିଲେ। ପୋଲିସ କମିଶନର ଶ୍ରୀ ଏସ୍. ଦେବଦତ୍ତ ସିଂ ଧନ୍ୟବାଦ ଦେଇଥିଲେ।

ବୈଠକରେ ଚାଷୀ ମାନଙ୍କ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ଯେ ସବୁ ଜିଲ୍ଲାରେ ମଣ୍ଡିରେ ନୋଡାଲ୍‌ ଅଫିସର ଓ ମଣ୍ଡି ସୁପରଭାଇଜର ଅଛନ୍ତି। ସେମାନେ ଯେପରି ଚାଷୀଙ୍କର ଯଦି କିଛି ଅଭିଯୋଗ ଥାଏ, ତାକୁ ଶୁଣାଣି କରି ସମସ୍ୟାର ସମାଧାନ କରିବେ, ତେବେ ସେମାନଙ୍କର ବ୍ୟବସ୍ଥା ଉପରେ ଭରସା ବଢିବ।   ଏହା ସହିତ ଦଲାଲ ମାନେ ଯେପରି କୌଣସି ପରିସ୍ଥିତିରେ ଚାଷୀଙ୍କ ଫାଇଦା ନଉଠାଇ ପାରିବେ, ସେଥିପାଇଁ ସେମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ସେ  ନିର୍ଦ୍ଦେଶ ଦେଇଥିଲେ।

 

ବୈଠକରେ ଟୋକେନ୍‌ ବ୍ୟବସ୍ଥା, ଟ୍ୟାଗିଙ୍ଗ ବ୍ୟବସ୍ଥା, ମିଲର ମାନଙ୍କ ସହଯୋଗ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହୋଇଥିଲା। ବୈଠକରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାୟକ, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡି.କେ ସିଂହ, ପୋଲିସ୍‌ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

..

Show More

Related Articles

Back to top button