Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ।ଜିଲ୍ଲାର ପ୍ରାୟ ୪ ଲକ୍ଷ ୨୦ ହଜାର ପରିବାର ଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ସେହିପରି ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ୱ ଦେଇଆସୁଛନ୍ତି ।

କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Show More

Related Articles

Back to top button