Breaking PLUSଓଡ଼ିଶାମୁଖ୍ୟ ଖବର

କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଚଷା ପୁଅ ଅକ୍ଷିମୁଠି ଅନୁକୂଳ କରିଛି। ଜମିରେ ବିହନ ବୁଣି ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। କୃଷି ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ ଏହି ଅବସରରେ ଅକ୍ଷିମୁଠି ଅନୁକୂଳ କରିଛନ୍ତି ।

ଅକ୍ଷୟ ତୃତୀୟାକୁ ଶୁଭଦିନ ଭାବେ ଗ୍ରହଣ କରାଯାଇ ଗୃହ ନିର୍ମାଣ, ନିର୍ବନ୍ଧ, ବିବାହ ପ୍ରଭୃତି ଶୁଭକର୍ମ କରାଯାଇଥାଏ। ଚାଷୀ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନ ମୁଣ୍ଡରେ ଥୋଇ ଏବଂ ପିଠା ନେଇ ହଳ ଲଙ୍ଗଳ ଧରି କ୍ଷେତକୁ ଯାଇଥାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗ ଦେଇ ହଳ ବୁଲାଇ ବିହନ ବୁଣିଥାଏ।

ଅନ୍ୟପକ୍ଷରେ ଆଜିଠାରୁ ମହାପ୍ରଭୁ ଜଗନ୍ନାଥଙ୍କର ରଥ ନିର୍ମାଣ ଆରମ୍ଭ କରାଯିବ। ପବିତ୍ର ରଥଯାତ୍ରା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଦେବୀ ଚର୍ଚ୍ଚିକାଙ୍କ ଆଗରେ ରଥଖଳା କରାଯାଇ ରଥ କାମ ହେବ। ବିଶ୍ୱକର୍ମା ମହାରଣାଙ୍କ ଦ୍ୱାରା ଏହି କାର୍ଯ୍ୟ ଆରମ୍ଭ ହେବ। ଚଳିତ ବର୍ଷ କୋଭିଡ୍ ମହାମାରୀ ପାଇଁ ବିନାଭକ୍ତରେ ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ କରାଯିବ।

Show More

Related Articles

Back to top button