Breaking PLUSଓଡ଼ିଶାମୁଖ୍ୟ ଖବର

ବରଗଡରେ ହେବ ତିନୋଟି ବୃହତ ସେତୁ

ସେତୁ ପାଇଁ 39 କୋଟି ମଞ୍ଜୁର

ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ।

ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

Show More

Related Articles

Back to top button