Breaking PLUSଓଡ଼ିଶାମୁଖ୍ୟ ଖବର

ଦୁର୍ନୀତି ବିରୋଧରେ ଲଢିବା ପାଇଁ ରାଜ୍ୟବାସୀଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ ଲଢିବା ପାଇଁ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି। କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବିଦା କରାଯାଇଛି। ଦୁର୍ନୀତି ପାଇଁ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି। ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି ବୋଲି ସେ କହିଛନ୍ତି। ଏହି ଅବସରରେ ରାଉରକେଲା ଓ ବାଲେଶ୍ୱର ଭିଜିଲାନ୍ସ ଅଫିସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

Show More

Related Articles

Back to top button