Breaking PLUSଓଡ଼ିଶାମୁଖ୍ୟ ଖବର

ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣି । କୋଭିଡ୍ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ ।

ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Show More

Related Articles

Back to top button