Breaking PLUSଓଡ଼ିଶାମୁଖ୍ୟ ଖବର

ରାଜଭବନରେ ରାଜ୍ୟପାଳଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜଭବନରେ ପହଞ୍ଚିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ରାଜଭବନରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳ ରଘୁବର ଦାସଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ । ମୁଖ୍ୟ ଶାସନ ସଚିବ ଓ ଡିଜିପି ମଧ୍ୟ ରାଜ୍ୟପାଳଙ୍କୁ ରାଜଭବନରେ ସ୍ୱାଗତ କରିଥିଲେ । ରାଜ୍ୟପାଳ ଆଜି ସକାଳେ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ । ଆସନ୍ତାକାଲି ସକାଳେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ ରଘୁବର ଦାସ । ଏହାପରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।

Show More

Related Articles

Back to top button